ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆସ୍କା ଥାନା ଅନ୍ତର୍ଗତ ଝଗଡେଇ ଗ୍ରାମ ମୁଖ୍ୟ ରାସ୍ତାରେ ଗୋଟିଏ ହାଇୱା ଗାଡ଼ିର ମୁହାଁମୁହିଁ ଧକ୍କା ଫଳରେ ସାଇକେଲ ଚାଳକଙ୍କ ମୃତ୍ୟୁ ହୋଇଛି। ହାଇୱା ଧକ୍କାରେ ଦେବଭୂମି ଗ୍ରାମର ମନୋଜ କୁମାର ବେହେରା ଚେତାଶୂନ୍ୟ ହୋଇଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ମନୋଜଙ୍କୁ ସେଠାରୁ ଉଦ୍ଧାର କରି ଚିକିତ୍ସା ପାଇଁ ଆସ୍କା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଜବତ କରିବା ସହ ଡ଼୍ରାଇଭର ପି ଶଙ୍କର ଦୋରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


