କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଲୁଣା ନଦୀରେ ଗାଧୋଇବା ବେଳେ ବୁଡ଼ି ନିଖୋଜ ହୋଇଯାଇଥିବା ୩ ଜଣ ନାବାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ଦୁଃଖଦ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମିଳିଥିବା ସୂଚନା ମୁତାବକ, ୩ ଜଣ ନାବାଳକ ଲୁଣା ନଦୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ଗଭୀର ପାଣିର ସ୍ରୋତରେ ବୁଡ଼ି ନିଖୋଜ ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନଦୀରେ ଦୀର୍ଘ ୬ ଘଣ୍ଟା ଖୋଜାେଖାଜି କରିବା ପରେ ନିଖୋଜ ତିନି ନାବାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୋଲିସ ଏବଂ ସ୍ଥାନୀୟ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଅଧିକ ତଦନ୍ତ ଜାରି ରଖିଛନ୍ତି।


