Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ପାଳିତ : ୨୦୩୫ ଓ୍ବାର୍ଡ ଅଫିସ୍‌ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ପାଳିତ : ୨୦୩୫ ଓ୍ବାର୍ଡ ଅଫିସ୍‌ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

August 31, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link
naveen support one nation, one election
naveen support one nation, one election

ଆଜି ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ପାଳନ କରାଯାଇଛି। ଏହି ଅବସରରେ ଭୁବନେଶ୍ଵର ମହାନଗର ନିଗମର ୨୦୩୫ ଓ୍ବାର୍ଡ ଅଫିସକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ରାଜ୍ୟ ଲୋକସେବା ଭବନରୁ ଭିଡିଓ କନଫରେନ୍ସିଙ୍ଗ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଉଦଘାଟନ କରିଛନ୍ତି। ବିଏମସିର ଏହି ଓ୍ବାର୍ଡ ଅଫିସ୍ ସଫେଇ, ବର୍ଜ୍ୟବସ୍ତୁ ପରିଚାଳନାର ତଦାରଖ କରିବ।  ଏହି ଅବସରରେ ନବୀନ କହିଛନ୍ତି ଯେ, ଆଗାମୀ ଏକ ବର୍ଷ ମଧ୍ୟରେ ରାଜ୍ୟର ସବୁ ପୌରସଂସ୍ଥାମାନଙ୍କୁ ଆବର୍ଜନା ମୁକ୍ତ ସହର କରିବାକୁ ଲକ୍ଷ୍ୟ ରଖାଯାଇଛି। ୫ଟି ନୀତିକୁ ଅନୁସରଣ କରିବାକୁ ମଧ୍ୟ ଗୁରୁତ୍ବ ଦେଇଛନ୍ତି । ଏଥିସହିତ ଇ-ବିପାସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏଇ-ବିପାସ୍ ଦ୍ଵାରା ୪୮ ଘଣ୍ଟାରେ ଆବେଦନକାରୀ ଘର ନକ୍ସା ପାଇବେ। ମୁଖ୍ୟମନ୍ତ୍ରୀ ଏହି ଅବସରରେ ମଧ୍ୟ ମଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ରାଜ୍ୟରେ ୨୪୨ଟି ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର ରହିଵ। ସେହି ସମୟରେ ଭୁବନେଶ୍ଵରରେ ୪୩ଟି ୱାର୍ଡରେ ମଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର ରହିବ। ୨୬ଟି ସେପ୍ଟେଜ୍ ଟ୍ରିଟମେଣ୍ଟ ପ୍ଲାଣ୍ଟ କରାହେବ। ଏହି କ୍ରମରେ ଆଜି ଗଞ୍ଜାମରେ ୪ଟି ସେପ୍ଟେଜ୍ ଟ୍ରିଟମେଣ୍ଟ ପ୍ଲାଣ୍ଟ ଉଦଘାଟିତ ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ରାଜ୍ୟର ସହରାଞ୍ଚଳରେ ଥିବା ୨୦୩୫ ୱାର୍ଡରେ ୱାର୍ଡ ଅଫିସ୍ ଖୋଲିବା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଅନଲାଇନ ବିବାହ ପ୍ରମାଣ ପତ୍ର ପ୍ରଦାନ ବ୍ୟବସ୍ଥା, ପୁରୀର ଫୋନି କ୍ଷତିଗ୍ରସ୍ତ କ୍ଷୁଦ୍ର ବ୍ୟବସାୟୀମାନଙ୍କୁ ଅନଲାଇନ ସାହାଯ୍ୟରେ ଦଶ ହଜାର ସହାୟତା ରାଶି ପ୍ରଦାନ କରାଯିବ। ପ୍ରଥମ ପର୍ଯ୍ୟାୟରେ ପୁରୀର ମୋଟ ୧୩୬୯ଜଣଙ୍କୁ ଏହି ଟଙ୍କା ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ମୁଖ୍ୟ ଶାସନ ସଚିବ ଓ ଉନ୍ନୟନ କମିଶନର,  କୃଷି ଉତ୍ପାଦନ କମିଶନର, ବିିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ଶାସନ ସଚିବ ଉପସ୍ଥିତ ଥିବାବେଳେ ଭୁବନେଶ୍ବରର ସହିଦ ନଗରରେ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଉତ୍ତର ଓ ମଧ୍ୟ ବିଧାୟକ ଦ୍ବୟ, ବ୍ରହ୍ମପୁରରେ ସାହସଦ, ପୁରୀରେ ସାଂସଦ ଓ ବିଧାୟକ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଓମାନରେ ଭାରତୀୟ ସମ୍ପ୍ରଦାୟ ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ୱାଗତ

December 17, 2025

କେନ୍ଦ୍ରାପଡ଼ାର ରାଜକନିକାରେ ‘ବିକଶିତ ଭାରତ @୨୦୪୭’ ସଚେତନତା କାର୍ଯ୍ୟକ୍ରମ

December 17, 2025

ତ୍ରୀଦିବସୀୟ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟ ଗାଇଡ କାମ୍ପୋରି ଉଦଯାପିତ

December 17, 2025

ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ ଆୟୋଜନ କରିବାକୁ ପ୍ରସ୍ତୁତ ଭୁବନେଶ୍ୱର

December 17, 2025
Latest News

ଓମାନରେ ଭାରତୀୟ ସମ୍ପ୍ରଦାୟ ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ୱାଗତ

December 17, 2025

କେନ୍ଦ୍ରାପଡ଼ାର ରାଜକନିକାରେ ‘ବିକଶିତ ଭାରତ @୨୦୪୭’ ସଚେତନତା କାର୍ଯ୍ୟକ୍ରମ

December 17, 2025

ତ୍ରୀଦିବସୀୟ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟ ଗାଇଡ କାମ୍ପୋରି ଉଦଯାପିତ

December 17, 2025

ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

December 17, 2025

ଆଞ୍ଚଳିକ ଏଆଇ ପ୍ରଭାବ ସମ୍ମିଳନୀ ଆୟୋଜନ କରିବାକୁ ପ୍ରସ୍ତୁତ ଭୁବନେଶ୍ୱର

December 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.