ଭୁବନେଶ୍ୱର: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟପାଳ ବ୍ରଜମୋହନ ରାମ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଉଭୟଙ୍କ ମଧ୍ୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ରାଜ୍ୟପାଳ ଭାବେ ଦାୟିତ୍ବଗ୍ରହଣ କରିବା ପରେ ରାଷ୍ଟ୍ରପତିଙ୍କୁ ଶ୍ରୀ ରାମଙ୍କ ଏହା ହେଉଛି ପ୍ରଥମ ସାକ୍ଷାତ।


