ଭୁବନେଶ୍ଵର: ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳକୁ ଝଟକା ଲାଗିଛି। ଦେଓଗାଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଘାସଡିହ ଗ୍ରାମର ୩ ଜଣ ସକ୍ରିୟ ବିଜେଡି କର୍ମକର୍ତ୍ତା ବିଜେଡି ଛାଡି ଭାଜପାରେ ସାମିଲ ହୋଇଛନ୍ତି।
ଆଜି ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଘାସଡିହ ଗ୍ରାମର ସୁଶୀଲ ପାଇକରାୟ, ବିପିନ ପାଇକରାୟ ଏବଂ ବସନ୍ତ ପଟ୍ଟନାୟକ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି।
ଭାଜପାର ନୀତି ଓ ଆଦର୍ଶ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ୱ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ସେମାନେ ଦଳରେ ସାମିଲ ହୋଇଥିବା କହିଛନ୍ତି।
ଏହି ଅବସରରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ନବାଗତ କର୍ମୀଙ୍କୁ ଉତ୍ତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ। ସେମାନଙ୍କ ଯୋଗଦାନ ଫଳରେ ଦେଓଗାଁ ପଞ୍ଚାୟତରେ ବିଜେପି ସଙ୍ଗଠନ ଆହୁରି ମଜବୁତ ହେବ ବୋଲି ସେ ଆଶା ବ୍ୟକ୍ତ କରିଛନ୍ତି। ଏହି ମିଶ୍ରଣ ପର୍ବରେ ବିଜେପି ନେତା ହାଡୁବନ୍ଧୁ ପ୍ରଧାନ ଓ ପପୁ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


