ଭୁବନେଶ୍ଵର: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବ୍ୟାହତ ହୋଇଥିବା ବିଦ୍ୟୁତ୍ ସେବାର ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଛନ୍ତି। ବୈଠକରେ ବିଦ୍ୟୁତ୍ ସଂଯୋଗ ପୁନଃସ୍ଥାପନର ଅଗ୍ରଗତି, କାର୍ଯ୍ୟକ୍ଷେତ୍ରରେ ଦେଖାଦେଉଥିବା ସମସ୍ୟା ଏବଂ ପ୍ରଭାବିତ ଅଞ୍ଚଳଗୁଡ଼ିକୁ ଶୀଘ୍ର ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ନେଇ ଆଲୋଚନା ହୋଇଛି।


