Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବସ୍‌କୁ ଓଭର୍‌ଟେକ କଲା ବେଳେ ଦୁର୍ଘଟଣା  : ଦୁଇ ଯବାନ ମୃତ
ଆଜିର ଖବର

ବସ୍‌କୁ ଓଭର୍‌ଟେକ କଲା ବେଳେ ଦୁର୍ଘଟଣା  : ଦୁଇ ଯବାନ ମୃତ

September 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି ଜିଲ୍ଲା କୋକସରା ନିକଟରେ ଏକ ବସ୍‌କୁ ଓଭର୍‌ଟେକ୍‌ କଲା ବେଳେ ସେଥିରେ ପିଟି ହୋଇଯିବାରୁ ଜଣେ ଆଇଆର୍‌ବି ଯବାନ ଓ ଜଣେ ପୁଲିସ୍ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଆଉ ଜଣେ ଯୁବକ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତକମାନେ ହେଲେ ଆଇଆର୍‌ବି ଯବାନ କ୍ଷୀରସିନ୍ଧୁ ଧରୁଆ ଓ ମୋଟେର ଫାଣ୍ଡିର ହୋମ୍‌ଗାର୍ଡ ପୂର୍ଣ୍ଣ ନାଏକ। ଆହତ ପିଣ୍ଟୁ ପଟ୍ଟନାୟକଙ୍କୁ କୋକସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ପୂର୍ଣ୍ଣ, କ୍ଷୀରସିନ୍ଧୁ ଓ ପିଣ୍ଟୁକୁ ବାଇକ୍‌ରେ ନେଇ ଉକ୍ତ ବସ୍‌ରେ ଛାଡ଼ି ଦେବାକୁ କହିଥିଲେ। ତିନି ଜଣ ଯାକ ବାଇକ୍‌ରେ ବସ୍‌ର ପିଛା କରି ଏହାକୁ ଓଭର୍‌ଟେକ୍‌ କରୁଥିବା ବେଳେ ପିଟି ହୋଇଯାଇଥିଲା। ଘଟଣାସ୍ଥଳରୁ ସେମାନଙ୍କୁ ଉଦ୍ଧାର କରାଯାଇ କୋକସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର କ୍ଷୀରସିନ୍ଧୁ ଓ ପୂର୍ଣ୍ଣଙ୍କୁ ମୃତ ଘୋଷଣା କରିଥିଲେ। ପିଣ୍ଟୁ ଏବେ କୋକସରା ଡାକ୍ତରଖାନାରେ ଚିକତ୍ସାଧୀନ ଅଛନ୍ତି। ପୁଲିସ୍‌ ଏହି ଘଟଣାର ତଦନ୍ତ କରୁଛି। ଅନ୍ୟପକ୍ଷରେ ଦୁର୍ଘଟଣା ପରେ କୋକସରାରେ ଉତ୍ତେଜନା ପ୍ରକାଶ ପାଇଛି। ଦୁଇ ମୃତକଙ୍କ ପରିବାରର ଜଣେ ଲେଖାଏ ସଦସ୍ୟଙ୍କୁ ଚାକିରି ଦେବା ପାଇଁ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି। ଉଭୟ କ୍ଷୀରସିନ୍ଧୁ ଓ ପୂର୍ଣ୍ଣଙ୍କ ପରିବାର ଲୋକେ ବି ଏଥିରେ ସାମିଲ ହୋଇଛନ୍ତି। ଫଳରେ କୋକସରା ଦେଇ ଯାଇଥିବା  ଏନ୍‌ଏଚ୍‌ ୨୬ରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026

CJP ପ୍ରତିବାଦ ସମୟରେ ହିଂସା ମାମଲା: ଦୁଃଖ ବଖାଣିଲେ ଆହତ ପୋଲିସ ଅଧିକାରୀଙ୍କ ପରିବାର

July 31, 2026

CWG 2026: ଆଜି ସେମିଫାଇନାଲରେ ଖେଳିବେ ୧୦ ଭାରତୀୟ ବକ୍ସର, ଜାଣନ୍ତୁ କାର୍ଯ୍ୟସୂଚୀ

July 31, 2026

ବିଜେପିରୁ ଇସ୍ତଫା ଦେଲେ ଶହଜାଦ ପୁନାୱାଲା?: ପରିବର୍ତ୍ତନ କଲେ ‘X’ ଆକାଉଣ୍ଟ

July 31, 2026
Latest News

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026

SCO ଶିଖର ସମ୍ମିଳନୀ ପାଇଁ ପାକିସ୍ତାନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦି?: ଇସଲାମାବାଦ କରୁଛି ପ୍ରସ୍ତୁତି!

July 31, 2026

CJP ପ୍ରତିବାଦ ସମୟରେ ହିଂସା ମାମଲା: ଦୁଃଖ ବଖାଣିଲେ ଆହତ ପୋଲିସ ଅଧିକାରୀଙ୍କ ପରିବାର

July 31, 2026

CWG 2026: ଆଜି ସେମିଫାଇନାଲରେ ଖେଳିବେ ୧୦ ଭାରତୀୟ ବକ୍ସର, ଜାଣନ୍ତୁ କାର୍ଯ୍ୟସୂଚୀ

July 31, 2026

ବିଜେପିରୁ ଇସ୍ତଫା ଦେଲେ ଶହଜାଦ ପୁନାୱାଲା?: ପରିବର୍ତ୍ତନ କଲେ ‘X’ ଆକାଉଣ୍ଟ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.