Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉଦ୍‌ଯାପିତ
ଆଜିର ଖବର

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉଦ୍‌ଯାପିତ

November 10, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉଦ୍‌ଯାପିତ
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉଦ୍‌ଯାପିତ

ନୟାଗଡ଼: ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ, ସୃଜନଶୀଳତାର ପରିପ୍ରକାଶ ଏବଂ କଳା, ସାହିତ୍ୟ ଓ ସଂସ୍କୃତି ପ୍ରତି ରୁଚି ସୃଷ୍ଟି କରିବାର ଲକ୍ଷ୍ୟ ନେଇ ଆୟୋଜିତ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ନବଘନପୁର ଉଚ୍ଚ ବିଦ୍ୟାଳୟ ପରିସରରେ ମହାଆଡ଼ମ୍ବରରେ ଉଦ୍‌ଯାପିତ ହୋଇଯାଇଛି। ଏହି ମହୋତ୍ସବରେ ଜିଲ୍ଲାର ବିଭିନ୍ନ ବ୍ଲକ୍‌ରୁ ଆସିଥିବା କୁନି କୁନି ପ୍ରତିଭାମାନେ ନିଜର ଅନନ୍ୟ କଳା, ଜ୍ଞାନ ଓ ସୃଜନଶୀଳତାର ପରିଚୟ ଦେଇଥିଲେ।

ଉଦ୍‌ଘାଟନୀ ସଭାରେ ନୟାଗଡ଼ ଜିଲ୍ଲାପାଳ ମଧୁସ୍ମିତା ରଥ ମୁଖ୍ୟ ଅତିଥି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ସଭାପତିତ୍ୱ କରିଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବନଲତା ବେହେରା, ଗୀତାଞ୍ଜଳି ସାହୁ, ସାନ୍ଧ୍ୟରାଣୀ ରାଉତ ଏବଂ ସମଗ୍ର ଶିକ୍ଷା ସଂଯୋଜିକା ଶୁଭସ୍ମିତା ଦାଶ ଯୋଗଦେଇଥିଲେ।

ଉଦ୍‌ଯାପନୀ ସଭାରେ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଏବଂ ପୁରୀ ସାଂସଦ ସମ୍ବିତ ପାତ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ନୟାଗଡ଼ ବିଧାୟକ ଅରୁଣ ସାହୁ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ୱାଇଁ, ଦଶପଲ୍ଲା ବିଧାୟକ ରମେଶ ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ଏବଂ ନୟାଗଡ଼ ପୌରପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ ଯୋଗଦେଇଥିଲେ। ମଞ୍ଚ ସଂଯୋଜନା କରିଥିଲେ ଜୟେନ୍ଦ୍ର ବେହେରା। ଏଥିସହ ଜିଲ୍ଲାର ସମସ୍ତ ବ୍ଲକ୍‌ର ବ୍ଲକ୍ ଶିକ୍ଷା ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

ମହୋତ୍ସବରେ ବକ୍ତୃତା, ପ୍ରବନ୍ଧ ଲିଖନ, ସଙ୍ଗୀତ, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, ଚିତ୍ରାଙ୍କନ, କୁଇଜ୍ ଏବଂ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ଆଦି ବିଭିନ୍ନ ବିଭାଗରେ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଅଭିଜ୍ଞ ତଥା ଖ୍ୟାତନାମା ବିଚାରକ ମଣ୍ଡଳୀଙ୍କ ଦ୍ୱାରା ପ୍ରତିଯୋଗିତାଗୁଡ଼ିକର ନିରପେକ୍ଷ ମୂଲ୍ୟାୟନ କରାଯାଇଥିଲା। ପ୍ରତ୍ୟେକ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତୀ ଛାତ୍ରଛାତ୍ରୀମାନେ ରାଜ୍ୟସ୍ତରୀୟ ‘ସୁରଭି’ ମହୋତ୍ସବରେ ନୟାଗଡ଼ ଜିଲ୍ଲାକୁ ପ୍ରତିନିଧିତ୍ୱ କରିବେ।

ଏହି ମହୋତ୍ସବର ସଫଳ ଆୟୋଜନରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ବିଭିନ୍ନ ଅଧିକାରୀ ଓ କର୍ମଚାରୀ, ବିଭିନ୍ନ ଶିକ୍ଷକ ସଂଘର କର୍ମକର୍ତ୍ତା, ସମସ୍ତ ସାଧନ କେନ୍ଦ୍ର ସଂଯୋଜକ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କର ସକ୍ରିୟ ସହଯୋଗ ରହିଥିଲା।

‘ସୁରଭି-୨୦୨୬’ ଉଦ୍‌ଯାପିତ କୃତୀ ପ୍ରତିଯୋଗୀ ଶିଶୁ ପ୍ରତିଭା ଶିଶୁ ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଘନ କୁହୁଡି ସମୟରେ ସୁରକ୍ଷିତ ଟ୍ରେନ୍ ପରିଚାଳନା ପାଇଁ ସ୍ୱତନ୍ତ୍ର ସୁରକ୍ଷା ଅଭିଯାନ

November 10, 2026

ଜଗତପୁରରେ ଅବକାରୀ ଚଢ଼ାଉ: ବ୍ରାଉନ୍ ସୁଗାର ଜବତ, ଜଣେ ଗିରଫ

November 10, 2026

ଟିମ୍ ଇଣ୍ଡିଆରୁ ୩ ଖେଳାଳି ବାହାର: ୪ର୍ଥ ଦିନିକିଆ ପାଇଁ ତିଲକ-କୁଶାଗ୍ରଙ୍କ ଏଣ୍ଟ୍ରି

November 10, 2026

ଖୋଲିଲା ମା’ ଭଗବତୀଙ୍କ ବାହାର ହୁଣ୍ଡି: ଜାଣନ୍ତୁ ସଂପୂର୍ଣ୍ଣ ଦାନ ପରିମାଣ

November 10, 2026
Latest News

ଘନ କୁହୁଡି ସମୟରେ ସୁରକ୍ଷିତ ଟ୍ରେନ୍ ପରିଚାଳନା ପାଇଁ ସ୍ୱତନ୍ତ୍ର ସୁରକ୍ଷା ଅଭିଯାନ

November 10, 2026

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉଦ୍‌ଯାପିତ

November 10, 2026

ବୈଦ ମାଧଵଚନ୍ଦ୍ର ନନ୍ଦଙ୍କ ୩୮ ତମ ଶ୍ରାଦ୍ଧବାର୍ଷିକୀ: କୃତି ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧନା ଓ ପୁରସ୍କାର ବିତରଣ

November 10, 2026

ଜଗତପୁରରେ ଅବକାରୀ ଚଢ଼ାଉ: ବ୍ରାଉନ୍ ସୁଗାର ଜବତ, ଜଣେ ଗିରଫ

November 10, 2026

ଟିମ୍ ଇଣ୍ଡିଆରୁ ୩ ଖେଳାଳି ବାହାର: ୪ର୍ଥ ଦିନିକିଆ ପାଇଁ ତିଲକ-କୁଶାଗ୍ରଙ୍କ ଏଣ୍ଟ୍ରି

November 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.