ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ରେଳଷ୍ଟେସନ ଉପକଣ୍ଠ ହଳଦିଆପଦର ରେଳ ଧାରଣାରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବ୍ରହ୍ମପୁର ରେଳବାଇ ପୋଲିସ୍ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।
ମୃତ ବ୍ୟକ୍ତି ଜଣକ ରେଳ ଧାରଣା ପାର ହେଉଥିବା ବେଳେ କୌଣସି ଏକ ଯାତ୍ରୀବାହୀ ରେଳ ଧକ୍କାରେ ଉକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ବୋଲି ପୋଲିସ ସୁତ୍ରରୁ ପ୍ରକାଶ ପାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ଏକ ମାମଲା ରୁଜୁ କରିଛି।


