Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଞ୍ଜାମ ଜିଲ୍ଲାରେ ଦୁଇ ଦିନିଆ ସରକାରୀ ଛୁଟି ବାତିଲ
ଆଜିର ଖବର

ଗଞ୍ଜାମ ଜିଲ୍ଲାରେ ଦୁଇ ଦିନିଆ ସରକାରୀ ଛୁଟି ବାତିଲ

November 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Two-day government holiday cancelled in Ganjam district

ଗଞ୍ଜାମ: ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ରିଲିଫ୍, ପୁନରୁଦ୍ଧାର ଏବଂ ଥଇଥାନ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଉଦ୍ଦେଶ୍ୟରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସରକାରୀ କର୍ମଚାରୀଙ୍କ ସାପ୍ତାହିକ ଛୁଟି ବାତିଲ କରାଯାଇଛି। ଏନେଇ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ଏକ ଜରୁରୀକାଳୀନ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁଯାୟୀ, ଆଜି ଦ୍ୱିତୀୟ ଶନିବାର ଏବଂ ୧୫ ତାରିଖ ରବିବାର ଦିନ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ସ୍ୱାଭାବିକ ଭାବେ ଖୋଲା ରହିବ। ବାତ୍ୟା ପ୍ରଭାବିତ ଅଞ୍ଚଳରେ ଜରୁରୀକାଳୀନ ସେବା ଯୋଗାଇଦେବା ସହ କ୍ଷୟକ୍ଷତି ଆକଳନ ଓ ପୁନଃନିର୍ମାଣ କାର୍ଯ୍ୟ ଯେପରି ବାଧାପ୍ରାପ୍ତ ନହୁଏ, ସେଥିପାଇଁ ସମସ୍ତ ବିଭାଗୀୟ ଅଧିକାରୀ ଏବଂ କର୍ମଚାରୀଙ୍କୁ ନିର୍ଦ୍ଧାରିତ ସମୟରେ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ପ୍ରଶାସନର ପୂର୍ବ ଅନୁମତି ବିନା କୌଣସି ଅଧିକାରୀ କିମ୍ବା କର୍ମଚାରୀ ସଦର ମହକୁମା ଛାଡ଼ିପାରିବେ ନାହିଁ ବୋଲି ସ୍ପଷ୍ଟ କରାଯାଇଛି। ବାତ୍ୟା ପରବର୍ତ୍ତୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କୁ ତ୍ୱରିତ ସହାୟତା ପ୍ରଦାନ କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।

ଗଞ୍ଜାମ ଜିଲ୍ଲାପାଳ ସରକାରୀ ଛୁଟି
Share. Facebook Twitter LinkedIn Email WhatsApp Copy Link

Related Posts

Nvidiaରେ ବଡ଼ ନେତୃତ୍ୱ ପରିବର୍ତ୍ତନ: ଜେନସେନ୍ ହୁଆଙ୍ଗ୍‌ଙ୍କ ଇସ୍ତଫା ପରେ କିଏ ସମ୍ଭାଳିବେ କମ୍ପାନୀ? CEO, CFO ଓ ଅଧ୍ୟକ୍ଷଙ୍କ କାମ କ’ଣ?

November 14, 2026

ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ: ଆଜି ବଲାଙ୍ଗୀରରେ ବାଣ୍ଟିବେ ୨.୯୧ ଲକ୍ଷ ଆବାସ ଘର

November 14, 2026

ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

November 14, 2026

ଦିବଙ୍ଗତ ପଦ୍ମଶ୍ରୀ ଅଶୋକ କୁମାର ମହାପାତ୍ରଙ୍କ ସ୍ମୃତି ଉଦ୍ଦେଶ୍ୟରେ ସୋଫଲମାଳା ୫ମ ଖଣ୍ଡ ଉତ୍ସର୍ଗୀକୃତ

November 14, 2026
Latest News

Nvidiaରେ ବଡ଼ ନେତୃତ୍ୱ ପରିବର୍ତ୍ତନ: ଜେନସେନ୍ ହୁଆଙ୍ଗ୍‌ଙ୍କ ଇସ୍ତଫା ପରେ କିଏ ସମ୍ଭାଳିବେ କମ୍ପାନୀ? CEO, CFO ଓ ଅଧ୍ୟକ୍ଷଙ୍କ କାମ କ’ଣ?

November 14, 2026

ପଶ୍ଚିମବଙ୍ଗରେ ଭୋଟର ତାଲିକା ସଂଶୋଧନ : ଜାନୁଆରୀ ୧୬ରେ ପ୍ରକାଶ ପାଇବ ଚୂଡ଼ାନ୍ତ ତାଲିକା

November 14, 2026

ରାହୁଲ ଗାନ୍ଧୀଙ୍କ ଅଭିଯୋଗ : ମୋଦୀ ମୋ ଫୋନ୍ ଟ୍ୟାପ୍ କରାଉଛନ୍ତି

November 14, 2026

ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ: ଆଜି ବଲାଙ୍ଗୀରରେ ବାଣ୍ଟିବେ ୨.୯୧ ଲକ୍ଷ ଆବାସ ଘର

November 14, 2026

ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

November 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.