Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ
ଆଜିର ଖବର

ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

November 14, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
Review meeting held under the chairmanship of the Chief Secretary regarding preparations for the President and Vice-President's visit to Odisha.

ଭୁବନେଶ୍ୱର: ଆସନ୍ତା ନଭେମ୍ବର ମାସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନଙ୍କ ସମ୍ଭାବ୍ୟ ଓଡ଼ିଶା ଗସ୍ତକୁ ସଫଳ କରିବା ପାଇଁ ରାଜ୍ୟ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି କ୍ରମରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉଭୟ ମାନ୍ୟବର ଅତିଥିଙ୍କ ଗସ୍ତକୁ ସୁବ୍ୟବସ୍ଥିତ, ଶୃଙ୍ଖଳିତ ଏବଂ ସୁସମନ୍ୱୟରେ ସମ୍ପନ୍ନ କରିବା ନିମନ୍ତେ ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯାଇ ସୁରକ୍ଷା, ଯାତାୟାତ ଏବଂ ଆନୁଷଙ୍ଗିକ ବ୍ୟବସ୍ଥା ନେଇ ବିଭିନ୍ନ ବିଭାଗକୁ ଦାୟିତ୍ୱନ୍ୟସ୍ତ କରାଯାଇଛି। ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉକ୍ତ ବୈଠକରେ ରାଜ୍ୟ ଗୃହ(ସ୍ୱରାଷ୍ଟ୍ର) ତଥା ସୂଚନା ଓ ଲୋକ ସଂପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ରାଷ୍ଟ୍ରପତି ଏବଂ ଉପରାଷ୍ଟ୍ରପତିଙ୍କ ଗସ୍ତସୂଚୀ ଉପସ୍ଥାପନା କରି ଆଲୋଚନା କରିଥିଲେ। ଉପରାଷ୍ଟ୍ରପତି ନଭେମ୍ବର ୧୬ ତାରିଖ ସକାଳେ ନୂଆ ଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ବାହାରି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିବେ। ଏହି ଗସ୍ତ ପରିପ୍ରେକ୍ଷୀରେ ସେ ସପ୍ତଦଶ ଓଡ଼ିଶା ବିଧାନସଭାର ସଦସ୍ୟମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବେ। ସେଠାରେ ପ୍ରାୟ ଏକ ଘଣ୍ଟାର କାର୍ଯ୍ୟକ୍ରମ ରହିଛି। ପରେ ପରେ ଉପରାଷ୍ଟ୍ରପତି ମଧ୍ୟାହ୍ନରେ କଟକସ୍ଥିତ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ଆଇକନିକ୍ ଟାୱାର ଉଦ୍‌ଘାଟନ କରି ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବେ। ସେହିପରି ରାଷ୍ଟ୍ରପତି ନଭେମ୍ବର ୨୪ ତାରିଖରେ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ନୂଆଦିଲ୍ଲୀ ବିମାନ ବନ୍ଦରରୁ ବାହାରି ମଧ୍ୟାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସେଠାରୁ ଲୋକଭବନ ଯିବେ। ସେହିଦିନ ସନ୍ଧ୍ୟାରେ କଟକଠାରେ ଆୟୋଜିତ “ବାଲିଯାତ୍ରା କଟକ ଉତ୍ସବ-୨୦୨୬” କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଉତ୍ସବ ପରେ ସେ ଭୁବନେଶ୍ୱର ଫେରି ରାତ୍ର ରହଣି କରିବେ। ପରଦିନ ନଭେମ୍ବର ୨୫ ତାରିଖ ସକାଳେ ଭୁବନେଶ୍ୱରସ୍ଥିତ ଡା. ଅଭିନ ଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲଠାରେ ଜାତୀୟ ହୋମିଓପାଥିକ୍ ବୈଜ୍ଞାନିକ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଅପରାହ୍ଣରେ ରାଷ୍ଟ୍ରପତିଙ୍କର ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି । ବୈଠକରେ ଉଭୟ ରାଷ୍ଟ୍ରପତି ଏବଂ ଉପ ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ଅନୁସାରେ ସ୍ୱାଗତ ଓ ବିଦାୟ ସମ୍ବର୍ଦ୍ଧନା, ସୁରକ୍ଷା ବ୍ୟବସ୍ଥା, ରହଣି, ଯାତାୟାତ, କାରକେଡ୍ ପରିଚାଳନା, ଚିକିତ୍ସା ଓ ସ୍ୱାସ୍ଥ୍ୟସେବା, ଅଗ୍ନିଶମ ବ୍ୟବସ୍ଥା, ରାସ୍ତା ମରାମତି, ପରିମଳ, ନିରବଚ୍ଛିନ୍ନ ବିଦ୍ୟୁତ୍ ଓ ଜଳଯୋଗାଣ, ବେରିକେଡିଂ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାର ସମୀକ୍ଷା କରାଯାଇଥିଲା । ଏଥିପାଇଁ ବିଭିନ୍ନ ବିଭାଗ ଓ ଜିଲ୍ଲା ପ୍ରଶାସନକୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ଜିଲ୍ଲାପାଳ, ଖୋର୍ଦ୍ଧା ଓ ଜିଲ୍ଲାପାଳ, କଟକ ଙ୍କୁ ସାମଗ୍ରିକ ଭାବେ କାର୍ଯ୍ୟକ୍ରମ ତଦାରଖ ଦାୟିତ୍ୱ ଦିଆଯାଇଛି। ଭୁବନେଶ୍ୱରରେ ପୁଲିସ୍ କମିଶନର, ଭୁବନେଶ୍ୱର-କଟକ ଏବଂ କଟକରେ ଡିସିପି କଟକ ସୁରକ୍ଷା ଦାୟିତ୍ୱ ତଦାରଖ କରିବେ। ସାମଗ୍ରିକ ଭାବେ ରାଜ୍ୟ ପୁଲିସ୍ ମହାନିର୍ଦ୍ଦେଶକ(ଡିଜିପି) ସୁରକ୍ଷା ବ୍ୟବସ୍ଥା ତଦାରଖ କରିବେ। ବୈଠକରେ ଡିଜିପି ବିନୟତୋଷ ମିଶ୍ର, ସଂପୃକ୍ତ ବିଭିନ୍ନ ବିଭାଗର ସଚିବ, ଭୁବନେଶ୍ୱର ମହାନଗର ନିଗମ କମିଶନରଙ୍କ ସମେତ ସଂପୃକ୍ତ ସଂସ୍ଥାର ଅଧିକାରୀ ଓ କର୍ତ୍ତୃପକ୍ଷ ଉପସ୍ଥିତ ଥିଲେ।

ଉପରାଷ୍ଟ୍ରପତି ମୁଖ୍ୟ ଶାସନ ସଚିବ ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

Nvidiaରେ ବଡ଼ ନେତୃତ୍ୱ ପରିବର୍ତ୍ତନ: ଜେନସେନ୍ ହୁଆଙ୍ଗ୍‌ଙ୍କ ଇସ୍ତଫା ପରେ କିଏ ସମ୍ଭାଳିବେ କମ୍ପାନୀ? CEO, CFO ଓ ଅଧ୍ୟକ୍ଷଙ୍କ କାମ କ’ଣ?

November 14, 2026

ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ: ଆଜି ବଲାଙ୍ଗୀରରେ ବାଣ୍ଟିବେ ୨.୯୧ ଲକ୍ଷ ଆବାସ ଘର

November 14, 2026

ଦିବଙ୍ଗତ ପଦ୍ମଶ୍ରୀ ଅଶୋକ କୁମାର ମହାପାତ୍ରଙ୍କ ସ୍ମୃତି ଉଦ୍ଦେଶ୍ୟରେ ସୋଫଲମାଳା ୫ମ ଖଣ୍ଡ ଉତ୍ସର୍ଗୀକୃତ

November 14, 2026

ଗଞ୍ଜାମ ଜିଲ୍ଲାରେ ଦୁଇ ଦିନିଆ ସରକାରୀ ଛୁଟି ବାତିଲ

November 14, 2026
Latest News

Nvidiaରେ ବଡ଼ ନେତୃତ୍ୱ ପରିବର୍ତ୍ତନ: ଜେନସେନ୍ ହୁଆଙ୍ଗ୍‌ଙ୍କ ଇସ୍ତଫା ପରେ କିଏ ସମ୍ଭାଳିବେ କମ୍ପାନୀ? CEO, CFO ଓ ଅଧ୍ୟକ୍ଷଙ୍କ କାମ କ’ଣ?

November 14, 2026

ପଶ୍ଚିମବଙ୍ଗରେ ଭୋଟର ତାଲିକା ସଂଶୋଧନ : ଜାନୁଆରୀ ୧୬ରେ ପ୍ରକାଶ ପାଇବ ଚୂଡ଼ାନ୍ତ ତାଲିକା

November 14, 2026

ରାହୁଲ ଗାନ୍ଧୀଙ୍କ ଅଭିଯୋଗ : ମୋଦୀ ମୋ ଫୋନ୍ ଟ୍ୟାପ୍ କରାଉଛନ୍ତି

November 14, 2026

ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ: ଆଜି ବଲାଙ୍ଗୀରରେ ବାଣ୍ଟିବେ ୨.୯୧ ଲକ୍ଷ ଆବାସ ଘର

November 14, 2026

ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

November 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.