ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ତଥା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶିବରାଜ ସିଂହ ଚୌହାନ। ଏହି ଗସ୍ତକ୍ରମ ଅନୁଯାୟୀ ସେ ଆଜି ବଲାଙ୍ଗୀର ଗସ୍ତ କରି ସେଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟର ହିତାଧିକାରୀମାନଙ୍କୁ ୨.୯୧ ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଘରର କାର୍ଯ୍ୟାଦେଶ ପ୍ରଦାନ କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ଆଜି ୯ଟା ୪୫ରେ ହେଲିକପ୍ଟର ଯୋଗେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ବଲାଙ୍ଗିର ଅଭିମୁଖେ ଯାତ୍ରା କରିବେ। ସକାଳ ୧୦ଟା ୫୦ରେ ବଲାଙ୍ଗିର ହେଲିପ୍ୟାଡ୍ରେ ପହଞ୍ଚିବା ପରେ ପଥରଚେପା ପଡ଼ିଆରେ ଆୟୋଜିତ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ କାର୍ଯ୍ୟକ୍ରମରେ ସକାଳ ୧୧ଟାରୁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ଯୋଗଦେବେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ୨.୯୧ ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଘର ପାଇଁ କାର୍ଯ୍ୟାଦେଶ ବଣ୍ଟନ କରିବେ।


