ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟର ଗଣପର୍ବ ନୂଆଖାଇଁ ଅବସରରେ ରାଜ୍ୟ ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ସୋସିଆଲ ମିଡିଆ ସାଇଟ୍ ଟ୍ବିଟ୍ଟର ଜରିଆରେ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ମୋଦି ଉଭୟ ଇଂରାଜୀ ଏବଂ ଓଡିଆ ଭାଷାରେ ଟ୍ବିଟ୍ କରିଥିଲେ । ’ଓଡିଶାର ଏକ ସର୍ବପୁରାତନ ପର୍ବ ନୂଆଁଖାଇର ପବିତ୍ର ଅବସରରେ ସମାଜର ସବୁବର୍ଗ ବିଶେଷ ଭାବରେ ଆମର ପରିଶ୍ରମୀ ଚାଷୀଭାଇ ମାନଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି । ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଉନ୍ନତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା ବୋଲି ମୋଦି ଟ୍ବିଟ୍ କରିଛନ୍ତି ।’