ରାଜ୍ୟରେ ସଡକ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଆଜି ସକାଳୁ ନିମାପଡାରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ନିମାପଡା ବଳଙ୍ଗା ରାସ୍ତାରେ ଘଟିଥିବା ଏହି ଦୁର୍ଘଟଣାରେ ବାପାଙ୍କର ମୃତ୍ୟୁ ଘଟିଥିବା ବେଳେ ପୁଅ ଗୁରୁତର ଭାବରେ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଦୁର୍ଘଟଣା ପରେ ସ୍ଥାନୀୟ କାଜିପୁର ଅଞ୍ଚଳର ଲୋକ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ।