ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛନ୍ତି । ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ରହିଛି । ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କଲା ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଗଜପତି, ପୁରୀ, କୋରାପୁଟ, ବଲାଙ୍ଗିର, ରାୟଗଡ଼ା, ନୂଆପଡ଼ାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଦିଆଯାଇଥିବାବେଳେ ୧୧ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ମାଲକାନଗିରି, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ାକୁ କୁ ୟେଲୋ ଓ୍ବାର୍ଣ୍ଣିଂ ଦିଆଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।