ଆଜି ହୀରାକୁଦ ଡ୍ୟାମର 6ଟି ଗେଟ୍ ବନ୍ଦ କରାଯାଇଛି । ପୂର୍ବରୁ 12ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିଲା । ଏବେ 6ଟି ଗେଟ୍ ବନ୍ଦ ହେବା ପରେ ଏବେ 6ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା କାରଣରୁ ମହାନଦୀ ଜଳସ୍ତର ବୃଦ୍ଧି ପାଉଛି । ଫଳରେ ଏହାର ପ୍ରଭାବରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଆଜି ଦିନ ସାଢେ ଦଶଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର 624.29 ଫୁଟ ରହିଥିଲା। ତେବେ ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା 630 ଫୁଟ ରହିଛି। ବର୍ତ୍ତମାନ ଜଳଭଣ୍ଡାରକୁ ସେକେଣ୍ଡ ପ୍ରତି 171453 କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ 117762 କ୍ୟୁସେକ୍ ଜଳ ନିଷ୍କାସନ ହେଉଛି ।