ବାଲେଶ୍ୱର ଜିଲ୍ଲାରେ ଥିବା ବୁଢାବଳଙ୍ଗା ହଳଦିଆ ଘାଟିରେ ଏକ ଡଙ୍ଗା ଦୁର୍ଘଟଣାଗ୍ରସ୍ତ ହୋଇଛି । ଡଙ୍ଗା ପାଣି ଭିତରେ ଓଲିଟି ପଡିଥିବା ବେଳେ ଡଙ୍ଗାରେ ପ୍ରାୟ 30ରୁ ଅଧିକ ଯାତ୍ରୀ ଯାତ୍ରା କରୁଥିବା ସୂଚନା ମିଳିଥିଲା । ତେବେ ଏହି ଦୁର୍ଘଟଣାରେ କୌଣସି ଜୀବନ ହାନି ହୋଇ ନାହିଁ । ଡଙ୍ଗାରେ ଯାତ୍ରା କରୁଥିବା ସମସ୍ତ 30 ଜଣ ଯାତ୍ରୀ ସୁରକ୍ଷିତ ଉଦ୍ଧାର କରାଯାଇଥିବା ଜଣାପଡିଛି । କୂଳ ଛାଡିବାର କିଛି ଦୂରରେ ଏହି ଡଙ୍ଗାଟି ଓଲଟି ପଡିଥିଲା । ଅନ୍ଧାର ହୋଇଥିବାରୁ ଉଦ୍ଧାରକାର୍ଯ୍ୟ ଅଧିକ କଷ୍ଟ ହୋଇଥିବା ସ୍ଥାନୀୟ ଲୋକେ କହିଛନ୍ତି । ମାତ୍ରାଧିକ ଓଜନ କାରଣରୁ ଭାରସାମ୍ୟ ହରାଇ ଡଙ୍ଗାଟି ବୁଡି ଯାଇଥିବା ଜଣା ପଡିଛି ।