ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ ଦୁଗ୍ଧ ଜାତ ଦ୍ରବ୍ୟ । ମଧ୍ୟାହ୍ନ ଭୋଜନରେ ଦୁଗ୍ଧଜାତ ଦ୍ରବ୍ୟ ଯୋଗାଇ ଦେବା ନେଇ ସରକାର ଯୋଜନା କରୁଥିବାର କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ଏହାଦ୍ବାରା ପିଲାମାନେ ପୁଷ୍ଟିକର ଖାଦ୍ୟ ପାଇପାରିବା ସହିତ ଦୁଗ୍ଧ ଚାଷୀମାନେ ମଧ୍ୟ ଲାଭାନ୍ବିତ ହେବେ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ । ତେବେ ଏନେଇ ଆସିଥିବା ପ୍ରସ୍ତାବକୁ ସରକାର ତର୍ଜମା କରୁଛନ୍ତି ।