ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ 12ଟି ଜିଲ୍ଳାକୁ ବର୍ଷା ଓ ଘଡଘଡି ସତର୍କ ସୂଚନା ଜାରି କରାଯାଇଛି । ଦିନ 10.45 ସୁଦ୍ଧା ଏହି ଜିଲ୍ଲା ମାନଙ୍କୁ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି । ଅନୁଗୁଳ, ଡେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, ନୟାଗଡ ଜିଲ୍ଳା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି । ଏହି ସମସ୍ତ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।