ଗୁରୁବାର ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏଥିପାଇଁ ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସକାଳ 10.30 ଯାଏଁ 14ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ମିଳିଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କଟକ, ପୁରୀ, ଝାରସୁଗୁଡ଼ା ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ବର୍ଷା ଓ ବଜ୍ରପାତ ହେବାର ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟରେ ଘରୁ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି ।