ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ 69 ତମ ଜନ୍ମ ଦିବସ ଅବସରରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି । ଉଭୟ ସୋସିଆଲ ମିଡିଆ ସାଇଟ ଟ୍ବିଟ୍ଟର ଜରିଆରେ ଶୁଭେଚ୍ଛା ଜଣାଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଅନେକ ଶୁଭେଚ୍ଛା ସହିତ ତାଙ୍କର ସୁସ୍ଥ ଏବଂ ନୀରୋଗ ଜୀବନ କାମନା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 130 କୋଟି ଭାରତୀୟଙ୍କ ହୃଦୟରେ ରହୁଥିବା ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା, ଆପଣଙ୍କ ନେତୃତ୍ବରେ ଭାରତ ପ୍ରଗତିର ଶିଖରରେ ପହଞ୍ଚୁ ବୋଲି ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।