ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ 5ଟି ଜିଲ୍ଳାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି । 5ଟି ଜିଲ୍ଲାକୁ ଅପରାହ୍ନ 11.30 ପର୍ଯ୍ୟନ୍ତ ପ୍ରବଳ ବର୍ଷା ସାଙ୍ଗକୁ ବର୍ଜପାତ ହେବା ସମ୍ଭାବନା ରହିଛି । ରାଜ୍ୟରେ ବିଭିନ୍ନ ସ୍ଥାନରେ ସ୍ବଳ୍ପ ବୃଷ୍ଟିପାତ ଜାରି ରହିଥିବା ବେଳେ କଟକ, କେନ୍ଦ୍ରାପଡା, ଯାଜପୁର, ଖୋର୍ଦ୍ଧା ଓ ମାଲକାନଗିରିକୁ ଏହି ସତର୍କ ସୂଚନା ଜାରି କରାଯାଇଛି । ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏହି ସତର୍କ ସୂଚନା ଜାରି କରାଯାଇଛି ।