Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦି କ୍ୟାବିନେଟ୍‌ର ନିଷ୍ପତ୍ତି : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍‌, ଇ-ସିଗାରେଟ୍‌ ବ୍ୟାନ୍‌
ଆଜିର ଖବର

ମୋଦି କ୍ୟାବିନେଟ୍‌ର ନିଷ୍ପତ୍ତି : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍‌, ଇ-ସିଗାରେଟ୍‌ ବ୍ୟାନ୍‌

September 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନରେନ୍ଦ୍ର ମୋଦି ସରକାର ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍‌  ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏତତ୍‌ବ୍ୟତୀତ ଇ-ସିଗାରେଟ୍‌ର ଉତ୍ପାଦନ, ଆମଦାନୀ ଏବଂ ବଣ୍ଟନରେ ବ୍ୟାନ୍‌ ଲଗାଇବାକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭେଡକର୍‌ କହିଛନ୍ତି ଯେ ଚଳିତ ଥର ୧୧ ଲକ୍ଷ ୫୨ ହଜାର କର୍ମଚାରୀଙ୍କୁ ୭୮ ଦିନର ବୋନସ ଦିଆଯିବ । ଏଥିପାଇଁ ରେଳବିଭାଗକୁ ୨୦୨୪ କୋଟି ଖର୍ଚ୍ଚ ଭାର ପଡ଼ିବ । ୬ ବର୍ଷ ହେବ ଲଗାତାର ଭାବେ ରେଳ କର୍ମଚାରୀଙ୍କୁ କେନ୍ଦ୍ର ସରକାର ବୋନସ୍‌ ଦେଉଛନ୍ତି । ସେହିପରି ଇ ସିଗାରେଟ୍‌ ବ୍ୟାନ୍‌କୁ ନେଇ କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି, ଇ-ସିଗାରେଟ୍‌ ଏବଂ ସେଭଳି ସବୁ ଉତ୍ପାଦ ଲୋକଙ୍କର ବିଶେଷ କରି ଯୁବକମାନଙ୍କର ସ୍ୱାସ୍ଥ୍ୟ ଉପରେ କୁପ୍ରଭାବ ପକାଉଥିବାରୁ କ୍ୟାବିନେଟ୍‌ ଏସୁବୁ ଉପରେ ବ୍ୟାନ୍‌ ଲଗାଇବାକୁ ନିଷ୍ପତ୍ତି ନେଇଛି। ମୋଟ ୪୦୦ ବ୍ରାଣ୍ଡର ଇ-ସିଗାରେଟ୍‌ ରହିଥିବାବେଳେ ଏସବୁ ୧୫୦ ପ୍ରକାରର ଫ୍ଲେଭରରେ ମିଳୁଛି। କିନ୍ତୁ ଏଥିରୁ ଗୋଟିଏ ବି ଭାରତରେ ଉତ୍ପାଦନ ହେଉନାହିଁ। ଏହା ତମାଖୁ ବ୍ୟବହାର କମାଇବା ପରିବର୍ତ୍ତେ ଏକ ‘ଷ୍ଟାଇଲ ଷ୍ଟେଟ୍‌ମେଣ୍ଟ’ ଭାବେ ବ୍ୟବହୃତ ହେଉଥିଲା ବୋଲି ସେ ଅଭିଯୋଗ ଆଣିଛନ୍ତି। ବର୍ଷକୁ ଦେଶର ୯ ଲକ୍ଷ ଲୋକ ତମାଖୁ ସେବନ କାରଣରୁ ମୃତ୍ୟୁବରଣ କରୁଥିବାବେଳେ ଭାରତରେ ଧୂମ୍ରପାନକାରୀ ବିଶ୍ୱରେ ଦ୍ୱିତୀୟ ସର୍ବାଧିକ।

Share. Facebook Twitter LinkedIn Email WhatsApp Copy Link

Related Posts

ମହମ୍ମଦ ସିରାଜ ଅଧିନାୟକ ନିଯୁକ୍ତ: ଘୋଷଣା କଲା HCA 

September 12, 2026

୨୧ରୁ ଆରମ୍ଭ ହେବ ନୂଆଦିଲ୍ଲୀ-ଗୁଆଙ୍ଗଜୋ ବିମାନ ସେବା

September 12, 2026

ସାମାନ୍ୟ ବଚସାରୁ ତାତିଲା ଗାଁ, ଖଣ୍ଡା ଧରି ଯୁବକଙ୍କ ତାଣ୍ଡବ

September 12, 2026

ଆମେରିକାରେ UPIର ନୂଆ ଅଧ୍ୟାୟ, Zelle ସହ ହେବ ଡିଜିଟାଲ୍‌ ପେମେଣ୍ଟ ବ୍ରିଜ୍‌

September 12, 2026
Latest News

୭ ବର୍ଷ ପରେ ଭାରତ ଆସୁଛନ୍ତି ସି ଜିନପିଙ୍ଗ: ମୋଦିଙ୍କ ସହ ହେବ ବଡ଼ ବୈଠକ

September 12, 2026

ମହମ୍ମଦ ସିରାଜ ଅଧିନାୟକ ନିଯୁକ୍ତ: ଘୋଷଣା କଲା HCA 

September 12, 2026

୨୧ରୁ ଆରମ୍ଭ ହେବ ନୂଆଦିଲ୍ଲୀ-ଗୁଆଙ୍ଗଜୋ ବିମାନ ସେବା

September 12, 2026

ସାମାନ୍ୟ ବଚସାରୁ ତାତିଲା ଗାଁ, ଖଣ୍ଡା ଧରି ଯୁବକଙ୍କ ତାଣ୍ଡବ

September 12, 2026

ହରିଶ ରାୱତଙ୍କ ଇସ୍ତଫା ପଛରେ ବଡ଼ ରାଜନୈତିକ ଟ୍ୱିଷ୍ଟ! ୨୦୨୭ ପୂର୍ବରୁ ଉଷ୍ମ ଉତ୍ତରାଖଣ୍ଡ ରାଜନୀତି

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.