ଦୁଇ ଦିନ ତଳେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପରେ ଆଜି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଉତ୍କଳ ବିଶ୍ୱ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ଏହି ଅଚାନକ ଗସ୍ତ ସମୟରେ ହଷ୍ଟେଲର ଭିତ୍ତିଭୂମି ଓ ଅନ୍ୟାନ୍ୟ ବିଷୟରେ ପଚାରି ବୁଝିଛନ୍ତି ଶିକ୍ଷାମନ୍ତ୍ରୀ । ଏହା ସହିତ ଅନ୍ୟାନ୍ୟ କାର୍ଯ୍ୟଗୁଡ଼ିକର ମଧ୍ୟ ସମୀକ୍ଷା କରିଛନ୍ତି । ଦୁଇ ଦିନ ତଳେ 10 ଦଫା ଦାବିରେ ଛାତ୍ରଛାତ୍ରୀମାନେ କୁଳପତିଙ୍କୁ ଘେରିଥିଲେ । କୁଳପତିଙ୍କ କାର୍ଯ୍ୟାଳୟକୁ ଧସେଇ ପଶିବାକୁ ଉଦ୍ୟମ କରିବା ସହିତ ସେଠାରେ ବସି ନାରାବାଜି କରିଥିଲେ । ପରିସ୍ଥିତି ଅଣାୟତ ହେବାରୁ ଭୁବନେଶ୍ୱର ଡିସିପି ପହଞ୍ଚି ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ ।