ଆସନ୍ତା 23 ତାରିଖ ଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ । ବିଶେଷକରି ମାଲକାନଗିରି, କୋରାପୁଟ, ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁର ଜିଲ୍ଲାରେ ବର୍ଷା ପରିମାଣ ଅଧିକ ରହିବ । ଅନ୍ୟ ପକ୍ଷରେ 22 ତାରିଖରେ ରାଜ୍ୟର କିଛି ସ୍ଥାନରେ ଘଡଘଡି ହେବାର ସମ୍ଭାବନା ରହିଛି । ତାସହ ଆଜି ଗଞ୍ଜାମ, ରାୟଗଡ଼ା, ଖୋର୍ଦ୍ଧା, କଟକ, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।