ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧିରେ ଧିରେ ଘନିଭୂତ ହେଉଛି । ଏହା ପ୍ରଭାବରେ ସାରା ଓଡ଼ିଶାରେ ପ୍ରବଳ ବର୍ଷାର ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂରେ ରଖାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂରେ ରଖାଯାଇଛି । ସେହିପରି ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି ।ଲଗାଣ ବର୍ଷାରେ ବେହାଲ ହୋଇପଡ଼ିଛି ଦୈତନଗରୀ କଟକ ଓ ଭୁବନେଶ୍ୱର । ରାସ୍ତା ଉପରେ ପାଣି ଚାଲୁଥିବାରୁ ବିଭିନ୍ନ ସ୍ଥାନାରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ଗତ ଚବିଶ ଘଣ୍ଟା ମଧ୍ୟରେ ବାଲେଶ୍ୱରରେ ସର୍ବାଧିକ ୧୦୦ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଭୁବନେଶ୍ୱରରେ ୯୮ ମିମି ଓ ଗୋପାଳପୁରରେ ୭୪ ମିମି ବର୍ଷା ରେକର୍ଡ ହୋଇଛି ।