ପୁଣି ବର୍ଷା ପାଣିରେ ଭାସିଲା ସ୍ମାର୍ଟସିଟି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧିରେ ଧିରେ ଘନୀଭୂତ ହେଉଛି । ଯାହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଭୁବନେଶ୍ୱରରେ ମଧ୍ୟ ପ୍ରବଳ ବର୍ଷା ଲାଗି ରହିଛି । ଦୁଇଦିନ ହେବ ଲଗାଣ ବର୍ଷାରେ ରାଜଧାନୀ ଭୁବନେଶ୍ୱରର ଅଧିକାଂଶ ସ୍ଥାନ ଜଳମଗ୍ନ ହୋଇପଡ଼ିଛି । ଲଗାଣ ବର୍ଷାରେ ରାଜଧାନୀ ଭୁବନେଶ୍ୱରର ଅଧିକାଂଶ ସ୍ଥାନ ଜଳମଗ୍ନ ହୋଇପଡ଼ିଛି । ସାଧାରଣ ଲୋକଙ୍କ ଘର ଭିତରେ ମଧ୍ୟ ପାଣି ପଶିଯାଇଛି । ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ରସୁଲଗଡ଼ ଓଭର ବ୍ରିଜ, ସାମନ୍ତରାପୁର ଭଳି ଭୁବନେଶ୍ୱରର ଅଧିକାଂଶ ସ୍ଥାନରେ ରାସ୍ତା ଉପରେ ଆଣ୍ଠୁଏ ପାଣି ଲହଡ଼ି ମାରୁଛି । କେବଳ ଭୁବନେଶ୍ବର ନୁହେଁ କଟକର ମଧ୍ୟ ଅଧିକାଂଶ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି । ଭୁବନେଶ୍ବରରେ ପୂର୍ବରୁ ମଧ୍ୟ ବର୍ଷା ହେଲେ ଜଳମଗ୍ନ ଅବସ୍ଥା ହେଉଥିବାବେଳେ ଏଥିପାଇଁ ଅନେକ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ସମାନ ପରିସ୍ଥିତି ସୃଷ୍ଟି ହୋଇଛି ।