ଗୁଜୁରାଟ ଦଙ୍ଗାରେ ଗଣଦୁଷ୍କର୍ମର ଶିକାର ହୋଇଥିବା ବିଲ୍କିସ୍ ବାନୋଙ୍କୁ ଆସନ୍ତା ଦୁଇ ସପ୍ତାହ ମଧ୍ୟରେ କ୍ଷତିପୂରଣ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଏପ୍ରିଲ୍ 23 ତାରିଖରେ ବାନୋଙ୍କୁ 50 ଲକ୍ଷ ଟଙ୍କାର କ୍ଷତି ପୂରଣ ପ୍ରଦାନ କରିବା ପାଇଁ ସୁପ୍ରିମକୋର୍ଟ ନିଷ୍ପତ୍ତି ନେଇଥିଲେ । ମାତ୍ର ଗୁଜୁରାଟ ସରକାରଙ୍କ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉନଥିବାରୁ ସର୍ବୋଚ୍ଚ କୋର୍ଟ ଅସନ୍ତୋଷ ପ୍ରକାଶ କରିବା ସହିତ ଆସନ୍ତା ଦୁଇ ସପ୍ତାହ ମଧ୍ୟରେ କ୍ଷତିପୂରଣ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, 2002 ଗୁଜରାଟ ଦଙ୍ଗା ସମୟରେ ଗର୍ଭବତୀ ଥିବା 19 ବର୍ଷୀୟ ବିଲକିସ୍ ୟାକୁବ ରସୁଲ୍ଙ୍କୁ ଗଣ ଦୁଷ୍କର୍ମ କରାଯାଇଥିଲା ।