ଆସନ୍ତାକାଲି ଅର୍ଥାତ ଗାନ୍ଧୀ ଜୟନ୍ତୀଠାରୁ ସାରା ରାଜ୍ୟରେ ପ୍ଲାଷ୍ଟିକ ଉପରେ କଟକଣା ଲାଗିବ । ବିଶେଷ କରି ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ଉପରେ ରାଜ୍ୟ ସରକାର ବ୍ୟାନ ଲଗାଇଛନ୍ତି । ସରକାରଙ୍କ ନିୟମ ଅନୁସାରେ, ଆସନ୍ତାକାଲିଠାରୁ ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଯେପରି ପ୍ଲାଷ୍ଟିକ ଗ୍ଲାସ, ପଲିଥିନ, ଚାମଚ, ବାଉଲ ଆଦି ବ୍ୟବହାର ଉପରେ ବ୍ୟାନ ଲାଗିବ । ସେହିଭଳି ୨୦୦ ମିମିର ପ୍ଲାଷ୍ଟିକ ପାଣି ବୋତଲ ଉପରେ ମଧ୍ୟ ବ୍ୟାନ ଲାଗିଛି। ଯଦି କେହି ପ୍ଲାଷ୍ଟିକ ପଲିଥିନ ବ୍ୟବହାର କରୁଥିବେ ତେବେ ସେମାନଙ୍କୁ ଜରିମାନା ଲଗାଯିବ । କେବଳ ୫୦ ମାଇକ୍ରୋନରୁ ଅଧିକ ମୋଟେଇର ପଲିଥିନ ବ୍ୟବହାର କରିବାକୁ ଅନୁମତି ଦିଆଯିବ । ପ୍ଲାଷ୍ଟିକ୍ କଟକଣା ନିୟମକୁ କଡାକଡି ପାଳନ କରିବା ପାଇଁ ଜଙ୍ଗଲ ଓ ପରିବେଶ ସଚିବ ନିର୍ଦ୍ଦେଶ ଦେଇଛନ୍ତି ।