ଜାତିର ପିତା ମହାତ୍ମା ଗାନ୍ଧୀଙ୍କ 150 ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଦିଲ୍ଲୀସ୍ଥିତ ରାଜ ଘାଟରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି । ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପରେ ମୋଦୀ ବିଜୟ ଘାଟରେ ପହଞ୍ଚି ଥଲେ । ସେଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ । ମୋଦୀଙ୍କ ସହିତ ଭାରତୀୟ ଜନତା ପାର୍ଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।