ମଧ୍ୟପ୍ରଦେଶରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ବସ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ ନଦୀକୁ ଖସିପଡ଼ିବାରୁ 6 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 19 ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମଧ୍ୟପ୍ରଦେଶର ରାଇସେନ ଜିଲ୍ଲାରେ ଏହି ଘଟଣା ଘଟିବା ପରେ ସୂଚନା ପାଇ ପୋଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କରିଥିଲେ । ସ୍ଥାନୀୟ ଲୋକଙ୍କର ସହାୟତାରେ ନଦୀ ଭିତରୁ କିଛି ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଆହତ ଲୋକଙ୍କୁ ବସ ଭିତରୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାର ତଦନ୍ତ କରୁଥିବା ବେଳେ ଦୁର୍ଘଟଣାର କାରଣ ଜଣାପଡିନାହିଁ ।