ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ବୁଧବାର ବିଳମ୍ବିତ ରାତିରେ ମହିଳାଜଣଙ୍କ ଘରେ ଥିବାବେଳେ ତିନି ଜଣ ଯୁବକ ତାଙ୍କୁ ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ ହୋଇଛି । ମହିଳାଙ୍କ ସ୍ୱାମୀ ଘରେ ନଥିବାର ସୁଯୋଗ ନେଇ ଦୁର୍ବୃତ୍ତମାନେ ଏଭଳି କାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ମୋଟଙ୍ଗା ଥାନା ପୋଲିସ୍ 3 ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ଘଟଣାର ତଦନ୍ତ ଚଳାଇଛି ।