ଆସନ୍ତା 18 ତାରିଖରେ ବିଜେପୁରରେ ଉପ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ନିର୍ବାଚନ ପୂର୍ବରୁ ଦୁଇ ପ୍ରମୁଖ ରାଜନୈତିକ ଦଳ ବିଜେପି ଏବଂ ବିଜେଡି ନିଜର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛନ୍ତି । ନିର୍ବାଚନ ପାଇଁ ପ୍ରତ୍ୟୋକ ଦଳ ପକ୍ଷରୁ ଏହାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି । ନବୀନ ପଟ୍ଟନାୟକ ବିଜେପୁର ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଏକ ନମ୍ବର ସ୍ଥାନରେ ରହିଥିବା ବେଳେ ନବୀନଙ୍କ ସହିତ ଅନଙ୍ଗ ଉଦୟ ସିଂଦେଓ, ପ୍ରସନ୍ନ ଆଚାର୍ଯ୍ୟ, ପ୍ରଫୁଲ୍ଲ ମଲ୍ଲିକ, ପଦ୍ମନାଭ ବେହେରା, ଦେବୀ ମିଶ୍ର, ନବଦାସ , ବିକ୍ରମ ଆରୁଖ ଏବଂ ନିରଞ୍ଜନ ପୂଜାରୀ ପ୍ରମୁଖ ଏହି ତାଲିକାରେ ରହିଛନ୍ତି । ସେହିପରି ବିଜେପିର 24 ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ରହିଛନ୍ତି ଅନେକ ଜାତୀୟ ସ୍ତରୀୟ ନେତା । ବିଜେପିର ଜାତୀୟ କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ମୃତି ଇରାନୀ, ପ୍ରତାପ ଷଡଙ୍ଗୀ, ରାଜ୍ୟ ବିଜେପି ପ୍ରଭାରୀ ଅରୁଣ ସିଂ, ସମ୍ବିତ ପାତ୍ର, ଅପରାଜିତା ଷଡଙ୍ଗୀ ଓ ବସନ୍ତ ପଣ୍ଡା ପ୍ରମୁଖ ଏହି ତାଲିକାରେ ରହିଛନ୍ତି ।