କଟକ-ଭୁବନେଶ୍ୱର ଜାତୀୟ ରାଜପଥର ପ୍ରତାପନଗରୀ ନିକଟରେ ଆଜି ସକାଳେ ଗୋଟିଏ ବସ୍ ଆଉ ଗୋଟିଏ ବସ୍କୁ ପଛରୁ ପିଟି ଦେବାରୁ 7 ଜଣ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ୫ ମହିଳା ଅଛନ୍ତି । ସମସ୍ତଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଦୁଇଟି ଯାକ ବସ୍ ଭୁବନେଶ୍ୱରରୁ କଟକ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ପଛ ବସ୍ଟି ଦ୍ରୁତ ଗତିରେ ଆସି ଆଗ ବସ୍ଟିକୁ ପଛରୁ ପିଟି ଥିଲା ବୋଲି ପ୍ରତ୍ୟକ୍ଷଦର୍ଶୀଙ୍କ ସୂତ୍ରରୁ ଜଣାପଡ଼ିଛି ।