Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ବିରୁଦ୍ଧରେ ରାଜଭବନ ଆଗରେ ଧାରଣା ଦେବ ବିଜେପି
ଆଜିର ଖବର

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ବିରୁଦ୍ଧରେ ରାଜଭବନ ଆଗରେ ଧାରଣା ଦେବ ବିଜେପି

October 9, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ବିରୁଦ୍ଧରେ ଆସନ୍ତାକାଲି ରାଜଭବନ ଆଗରେ ଧାରଣା ଦେବ ବିଜେପି

ସମୀକ୍ଷା ବ୍ୟୁରୋ

ରାଜ୍ୟ ସରକାର କେନ୍ଦ୍ରୀୟ ଯୋଜନାକୁ ନିଜ ନାମରେ କରିବା ବିରୁଦ୍ଧରେ ଆସନ୍ତା କାଲି ବିଜେପି ପକ୍ଷରୁ ରାଜଭବନ ଆଗରେ ଧାରଣା ଦିଆଯିବ। ଏଥିସହିତ ରାଜ୍ୟପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯିବ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ହରିଚନ୍ଦନ କହିଛନ୍ତି ଯେ, ଚାରି ଗୋଟି ପ୍ରସଙ୍ଗ ନେଇ ଆସନ୍ତାକାଲି ରାଜଭବନ ଆଗରେ ଧାରଣା ଦିଆଯିବ । ସେଗୁଡିକ ହେଲା

(୧) ପ୍ରଧାନମନ୍ତ୍ରୀ ଆବାସ ଯୋଜନାକର ନାଁ କାଟି ରାଜ୍ୟସରକାର ବିଜ୍ଜୁ ପକ୍କାଘର କହି ରାଜ୍ୟବାସୀଙ୍କୁ ଭ୍ରମିତ କରୁଛନ୍ତି । ୨୦୧୮ ସର୍ଭେ ଅନୁଯାୟୀ ୪ ଲକ୍ଷ ଘରର କାର୍ଯ୍ୟଦେଶ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନାଁରେ ବଣ୍ଟନ କରି ଗାଇଡ ଲାଇନ ଅନୁଯାୟୀ କାର୍ଯ୍ୟାଦେଶ ହେବା ସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଫଳକ ଲଗାଯିବାର ଆବଶ୍ୟକତା ରହିଛି । କିନ୍ତୁ ରାଜ୍ୟସରକାର ଏହାକୁ ନିଜ ଲୋଗରେ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଓ ବିଜୁ ପକ୍କା ଘରର ଫଟୋ ଲଗାଇ ମୋ ଆବାସ ଲେଖି କାର୍ଯ୍ୟାଦେଶ ବଣ୍ଟନ କରୁଛନ୍ତି ।

(୨) ସେହିପରି ସମସ୍ତେ ଘର ପାଇବେ ବୋଲି ଯେଉଁ ସର୍ଭେ ଚାଲିଛି ସେଥିରେ ମଧ୍ୟ ଚଂଚକତା ରହିଛି । ତାର ଯେଉଁ ବିଜ୍ଞାପନ ବାହାରିଲା ସେ ବିଜ୍ଞାପନରେ ଗୋଟିଏ କୌଣସି ଜାଗାରେ ଲେଖା ହୋଇନି ଯେ,ଏଠି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସର୍ଭେ ହେଉଛି ।

(୩) ସର୍ଭେ ହେଲା ପରେ ଯେଉଁ ପ୍ରାରମ୍ଭିକତା ତାଲିକା ଆସିଛି ତାହାପରେ ପରବର୍ତୀ ପ୍ରକ୍ରିୟାଟି ହେଉଛି ଘରର ଫଟୋ ଉଠାଇ ଜିଓ ଟାଗିଙ୍ଗ୍ କରିବା କଥା । କିନ୍ତୁ ଶାସକ ଦଳର ବିଧାୟକ ପଂଚାୟତ ଏକଜ୍ୟୁଟିଭ୍, ଜିଆରଏସ୍ ମାନଙ୍କୁ ଧରି କେବଳ ବିଜୁ ଜନତାଦଳର କର୍ମୀ ଓ ସମର୍ଥକମାନଙ୍କ ଘର ଜିଓ ଟାଗିଙ୍ଗ୍ କରିବା ଅତ୍ୟନ୍ତ ର୍ଦୁଭାଗ୍ୟଜନକ ।

(୪) ରାଜ୍ୟର ବିଭିନ୍ନ ସ୍ଥାନରେ ଘର କରାଇବା ନାଁରେ ବିଜୁ ଜନତା ଦଳର ବିଧାୟକ ମାନେ ଘର ପିଛା ୨୧ହଜାର ଟଙ୍କା ପିସି ଆଦାୟ କରିବାରେ ଲାଗିଛନ୍ତି। ଯେଉଁମାନଙ୍କ ନାଁ ପ୍ରାରମ୍ଭିକ ତାଲିକାରେ ଅଛି ସେମାନଙ୍କ ଘର ଜିଓ ଟାକିଙ୍ଗ୍ ହେବ ନିଷ୍ପତି ହୋଇଛି। ସେମାନଙ୍କ ଠାରୁ ୧୦ ହଜାର ଟଙ୍କା ବିଧାୟକଙ୍କ ନାଁରେ ପିସି ଏବଂ ୧୧ ହଜାର ଟଙ୍କା ବ୍ଲକ ଅଫିସରଙ୍କ ନାଁରେ ପିସି ଆଦାୟ କରାଯାଉଛି ।

ଏହା ବିରୁଦ୍ଧରେ ଗତ ୨୭ ତାରିଖରେ ବିଜେପି ପକ୍ଷରୁ ରାଜ୍ୟର ସମସ୍ତ ବ୍ଲକ, ଏନ୍ଏସି, ମ୍ୟୁନିସିପାଲିଟି କର୍ପୋରେସନ୍ ଆଗରେ ବିକ୍ଷୋଭ କରାଯିବା ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ବିଡିଓଙ୍କୁ ପ୍ରଦାନ କରାଯାଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ଜିଲ୍ଲାର A1 ଗ୍ରେଡ୍ ପ୍ରାପ୍ତ କୃତୀ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 1, 2026

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026
Latest News

ମହାନଦୀ ଜଳ ବିବାଦ, ଆସନ୍ତା ଦୀପାବଳୀ ବେଳକୁ ଶୁଭ ଖବର ମିଳିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

August 1, 2026

ଖୋର୍ଦ୍ଧା ଜିଲ୍ଲାର A1 ଗ୍ରେଡ୍ ପ୍ରାପ୍ତ କୃତୀ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

August 1, 2026

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ, ୫ଟି ଜିଲ୍ଲାର ୧୨ରୁ ଅଧିକ ବ୍ଲକରେ ବନ୍ୟାସ୍ଥିତି ଅନୁଧ୍ୟାନ

August 1, 2026

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ଆତ୍ମସମର୍ପଣ କଲା ହମାସ, ଗାଜାରୁ ବାହାରିବ ଇସ୍ରାଏଲୀ ସେନା

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.