ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । କୋରାପୁଟ, ରାୟଗଡ଼ା, ଗଜପତି ଓ ମାଲକାନଗିରି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ସକାଳ 10ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି ।