ଉତ୍ତର ପ୍ରଦେଶର ମଉ ଜିଲ୍ଲାଠାରେ ସୋମବାର ସକାଳେ ଗ୍ୟାସ୍ ସିଲିଣ୍ଡର ଫାଟି ଏକ ଦୁଇ ମହଲା କୋଠା ଭୁଶୁଡ଼ି ପଡ଼ିବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଭଙ୍ଗା କୋଠା ତଳେ ଆଉ କିଛି ଲୋକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ପ୍ରଶାସନ ପକ୍ଷରୁ ସେଠାରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି। ଗ୍ୟାସ୍ ସିଲିଣ୍ଡର କେଉଁ କାରଣରୁ ଫାଟିଛି, ତାହାର ଅସ୍ପଷ୍ଟ ରହିଥିବାବେଳେ ଏହି ଘଟଣାର ତଦନ୍ତ ଚାଲିଛି । ଏହି ଘଟଣାରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରିବା ସହିତ ଆହତମାନଙ୍କ ତୁରନ୍ତ ଚିକିତ୍ସା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।