ମୋ ସରକାର’ ଯୋଜନାକୁ କାର୍ଯ୍ୟକାରୀ କରିବାରେ ଅବହେଳା ଅଭିଯୋଗରେ ଗତକାଲି ନିଲମ୍ବିତ ହୋଇଥିବା ସୁନ୍ଦରଗଡ଼ ଜିଲ୍ଲାର ଭାରପ୍ରାପ୍ତ ସିଡିଏମ୍ଓ ପଙ୍କଜ ପଟେଲଙ୍କ ସପକ୍ଷରେ ବାହାରିଛି ବିଜେପି। ୫ଟି ସଚିବଙ୍କ ଏହି ନିଷ୍ପତ୍ତିକୁ ବିରୋଧ କରି ଦଳ ଆଜି ୬ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ପାଳନ କରୁଛି । ସକାଳ ୬ଟାରୁ ଆରମ୍ଭ ହୋଇଥିବା ଏହି ବନ୍ଦ ମଧ୍ୟାହ୍ନ ୧୨ଟା ଯାଏ ଚାଲିବ। ଏଥିପାଇଁ ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ତେବେ ଶିକ୍ଷାନୁଷ୍ଠାନ, ଡାକ୍ତରଖାନା ଓ ବ୍ୟାଙ୍କ୍କୁ ଏହି ବନ୍ଦରୁ ବାଦ୍ ଦିଆଯାଇଛି।