ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମଙ୍କୁ ଆଇଏନଏକ୍ସ ମିଡିଆ ମାମଲାରେ ସାମାନ୍ୟ ଆଶ୍ବସ୍ତି ମିଳିଛି। ମଙ୍ଗଳବାର ଦିନ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଚିଦାମ୍ବରମଙ୍କୁ ଜାମିନ ମିଳିଛି। ସିବିଆଇ ପକ୍ଷରୁ ଦାୟର କରାଯାଇଥିବା ମାମଲାରେ ମଙ୍ଗଳବାର ଚିଦାମ୍ବରମଙ୍କୁ ଜାମିନ ପ୍ରଦାନ କରାଯାଇଛି। ଜଷ୍ଟିସ୍ ଆର ଭାନୁମତୀ, ଏ ଏସ୍ ବୋପାନ୍ନା ଏବଂ ହ୍ରିଷିକେଶ ରୟଙ୍କ ଦ୍ବାରା ଗଠିତ ଖଣ୍ଡପୀଠ ଚିଦାମ୍ବରମଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜାମିନ ମିଳିଥିଲେ ମଧ୍ୟ ଗିରଫଦାରୀରୁ ଚିଦାମ୍ବରମଙ୍କୁ ମୁକ୍ତି ମିଳିବ ନାହିଁ। ଆସନ୍ତା ଅକ୍ଟୋବର ୨୪ ତାରିଖ ପର୍ଯ୍ୟନ୍ତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ଚିଦାମ୍ବରମଙ୍କ ଗିରଫଦାରୀର ଅନୁମତି ମିଳିଛି।