ସମୀକ୍ଷା ବ୍ୟୁରୋ
ଏଣିକି ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକକ ପରୀକ୍ଷା ହେବ। ରାଜ୍ୟରେ ଥିବା ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ଗୋଟିଏ ପ୍ରକାର ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ। ଏହାସହ ଗୋଟିଏ ସମୟରେ ପରୀକ୍ଷା ହେବ। ଆସନ୍ତା ମାସ ହେବାକୁ ଥିବା ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷାରେ ଏହି ବ୍ୟବସ୍ଥା ଲାଗୁ ହେବ। ଏନେଇ ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି।