ଆଜି ରାଜ୍ୟର ବିଜେପୁର ଉପନିର୍ବାଚନ ଫଳାଫଳ ପାଇଁ ଭୋଟ ଗଣତି ଜାରି ରହିଛି । ମିଳିଥିବା ଖବର ଅନୁଯାୟୀ ପଞ୍ଚମ ରାଉଣ୍ଡରେ ମଧ୍ୟ ବିଜେଡି ପ୍ରାର୍ଥୀ ରୀତା ସାହୁ ଆଗୁଆ ଅଛନ୍ତି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ସନତ ଗଡତିଆଙ୍କରଠାରୁ ପ୍ରାୟ ୨୮,୮୧୧ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି । ବିଜେପୁର ଫଳାଫଳ ପାଇଁ ଆଜି ସକାଳ ୮ଟାରୁ ଭୋଟ ଗଣତି ଜାରି ରହିଛି । ପଦ୍ମପୁରସ୍ଥିତ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଭୋଟ ଗଣତି ପ୍ରକ୍ରିୟା ଜାରି ରହିଛି । ତେବେ ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୀତା ସାହୁ ଆଗୁଆ ଅଛନ୍ତି । ସେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ସନତ ଗଡତିଆଙ୍କଠାରୁ ୪୭୮୮ ଖଣ୍ଡ ଭୋଟରେ ଆଗରେ ରହିଛନ୍ତି । ରୀତାଙ୍କୁ ୩୮,୩୧୮ ଭୋଟ ପାଇଥିବା ବେଳେ ସନତଙ୍କୁ ୯୫୦୭ଖଣ୍ଡ ଭୋଟ ଓ କଂଗ୍ରେସ ପ୍ରାର୍ଥୀ ଦିଲୀପ ପଣ୍ଡାଙ୍କୁ ୧୪୩୫ ଖଣ୍ଡ ଭୋଟ୍ ମିଳିଛି।