ଅତି ପ୍ରବଳ ବର୍ଷାକୁ ନେଇ ୫ଟି ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ରେଡ୍ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା – ଢେଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ପୁରୀ । ଆସନ୍ତାକାଲି ପର୍ଯ୍ୟନ୍ତ ଏହି ସମସ୍ତ ଜିଲ୍ଲାକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି ହୋଇଛି । ସେହିପରି ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୧୦ଟି ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଅରେଞ୍ଜ ଓ୍ବାର୍ଣ୍ଣି ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଉଛି – ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ନୟାଗଡ଼, ଦେବଗଡ଼ ଓ ଅନୁଗୁଳ ଜିଲ୍ଲା ପ୍ରମୁଖ । ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ ଓ ଗଜପତି ଜିଲ୍ଶାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।