ସୁନ୍ଦରଗଡ଼ର ଭାରପ୍ରାପ୍ତ ସିଡିଏମ୍ଓ ଡାକ୍ତର ପଙ୍କଜ ପଟେଲଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର କରି ନିଆଯାଇଛି। ଏହା ସହିତ ତାଙ୍କୁ ପୁନଃଅବସ୍ଥାପିତ କରାଯାଇଛି। ତାଙ୍କୁ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସିନିୟର କନ୍ସଲ୍ଟାଣ୍ଟ୍ ଭାବେ ନୂଆ ନିଯୁକ୍ତି ଦିଆଯାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସୂଚନାଯୋଗ୍ୟ, ଗତ ୧୩ ତାରିଖ ଦିନ ପଙ୍କଜ କୁମାର ପଟେଲଙ୍କୁ ରାଜ୍ୟ ସରକାର କାର୍ଯ୍ୟରେ ଅବହେଳା ଅଭିଯୋଗରେ ନିଲମ୍ୱନ କରିଥିଲେ। ୫ଟି ସଚିବଙ୍କ ଗସ୍ତ ସମୟରେ ଡାକ୍ତରଖାନାର ବିଭିନ୍ନ ଅବ୍ୟବସ୍ଥାକୁ ନେଇ ସେ ଭାରପ୍ରାପ୍ତ ସିଡିଏମ୍ଓ ଡାକ୍ତର ପଙ୍କଜ ପଟେଲଙ୍କ ଉପରେ ଅସନ୍ତୋଷ ପ୍ରକାଶ କରି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ସରକାରଙ୍କ ଏହି ପଦକ୍ଷେପକୁ ଡାକ୍ତର ସଂଘ ‘ଓମ୍ସା’ ଓ ବିଜେପି ପକ୍ଷରୁ ବିରୋଧ କରାଯାଇଥିଲା। ଏପରିକି ବିଜେପି ପକ୍ଷରୁ ଏନେଇ ସୁନ୍ଦରଗଡ଼ରେ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା।