ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଲୋକାପଡା ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇ 50ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି । ମଧ୍ୟାହ୍ନ ଭୋଜନ ଖାଇବା ପରେ ଛାତ୍ରଛାତ୍ରୀଙ୍କର ପ୍ରବଳ ବାନ୍ତି ହୋଇଥିଲା । ଅସୁସ୍ଥ ଛାତ୍ର ଛାତ୍ରୀଙ୍କୁ ମନମୁଣ୍ଡା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ନିମ୍ନମାନର ମଧ୍ୟାହ୍ନ ଭୋଜନ ପ୍ରଦାନ କରାଯାଉଥିବା ଅଭିଯୋଗ କରି ଘଟଣାର ତଦନ୍ତ ଦାବି କରିଛନ୍ତି ଅଭିଭାବକ ।