Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କୁ ଭାରତ ରତ୍ନ ମିଳିବା ନେଇ ଦାବି କଲା କଂଗ୍ରେସ
ଆଜିର ଖବର

ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କୁ ଭାରତ ରତ୍ନ ମିଳିବା ନେଇ ଦାବି କଲା କଂଗ୍ରେସ

October 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନିକଟରେ ସ୍ୱାଧୀନତା ସଂଗ୍ରାମୀ ବୀର ସବରକରଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ଦେବା ନେଇ  ଉଭୟ ସରକାର ଓ ବିରୋଧୀଙ୍କ ବାକ୍‌ଯୁଦ୍ଧ ଚାଲିଥିବାବେଳେ  ଏବେ ସ୍ୱାଧୀନତା ସଂଗ୍ରାମୀର କ୍ରାନ୍ତିକାରୀ ନେତା ଭଗତ ସିଂହ, ରାଜଗୁରୁ ଏବଂ ସୁଖଦେବଙ୍କୁ ମଧ୍ୟ ଭାରତ ରତ୍ନ ମିଳିବା ନେଇ କଂଗ୍ରେସ ସାଂସଦ ମନୀଷ ତିଓ୍ୱାରୀ ଦାବି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସେ ଏ ନେଇ ଏକ ଚିଠି ଲେଖିଛନ୍ତି। ସେ କହିଛନ୍ତି, ସହିଦ ଭଗତ ସିଂହ, ରାଜଗୁରୁ ଏବଂ ସୁଖଦେବ ବିଟ୍ରିଶ ସରକାରକୁ ବିରୋଧ କରି ଦେଶରେ ଆନ୍ଦୋଳନକୁ ପ୍ରେରିତ କରିଥିଲେ । ଏହାପରେ ଏହି ତିନି ଜଣ ନିଜର ଦେଶ ପାଇଁ ୧୯୩୧ ମାର୍ଚ୍ଚ ୨୩ ତାରିଖରେ ବଳିଦାନ ଦେଇଥିଲେ । ତେଣୁ ଆଗାମୀ ସାଧାରଣତନ୍ତ୍ର ଦିବସରେ ଏହି ତିନି ସ୍ୱାଧୀନତା ସଂଗ୍ରାମୀଙ୍କୁ ଭାରତ ରତ୍ନ ଦିଆଯାଉ ବୋଲି ସେ ଉଲ୍ଲେଖ କରିଛନ୍ତି। ପୂର୍ବରୁ ଏହି ତିନି ସ୍ୱାଧନୀତା ସଂଗ୍ରାମୀଙ୍କୁ ସହିଦ-ଏ-ଆଜାମ ସମ୍ମାନରେ ସମ୍ମାନିତ କରାଯାଇଛି। ଏବେ ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଗଲେ ସ୍ୱାଧୀନତା ସଂଗ୍ରାମୀଙ୍କୁ ଉଚିତ୍ ସମ୍ମାନ ମିଳିବ ବୋଲି ସେ କହିଛନ୍ତି। ନିକଟରେ କଂଗ୍ରେସର ରାଷ୍ଟ୍ରୀୟ ପ୍ରବକ୍ତା ଅଭିଷେକ ମନୁ ସିଂଘଭୀ ସବର୍‌କରଙ୍କୁ ଜଣେ କୁଶଳ ବ୍ୟକ୍ତି କହିବା ସହିତ ବ୍ୟକ୍ତିଗତ ସ୍ତରରେ ସବର୍‌କରଙ୍କ ବିଚାରଧାରା ସହିତ ସେ ସହମତ ନୁହଁନ୍ତି କିନ୍ତୁ ସେ ଜଣେ କୁଶଳ ବ୍ୟକ୍ତି ଥିଲେ ଓ ସ୍ବାଧୀନତା ସଂଗ୍ରାମରେ ଭାଗ ନେବା ସହିତ ଦଳିଙ୍କ ପାଇଁ ଲଢେଇ କରିଥିଲେ ।  ବିଜେପି ମହାରାଷ୍ଟ୍ର ବିଧାନସଭା ନିର୍ବାଚନୀ ଘୋଷଣାନାମାରେ ସବରକରଙ୍କୁ ଭାରତ ରତ୍ନ ସମ୍ମାନ ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲା । ଯାହାକୁ କଂଗ୍ରେସ ଦୃଢ ବିରୋଧ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026

ଭଗବାନ ରାମ ମନ୍ତବ୍ୟ ମାମଲାରେ ରାହୁଲ ଗାନ୍ଧୀଙ୍କ ବଢ଼ିଲା ସମସ୍ୟା: କୋର୍ଟ ଦେଲେ ଏହି ନିର୍ଦ୍ଦେଶ

June 11, 2026

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026
Latest News

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026

ଭଗବାନ ରାମ ମନ୍ତବ୍ୟ ମାମଲାରେ ରାହୁଲ ଗାନ୍ଧୀଙ୍କ ବଢ଼ିଲା ସମସ୍ୟା: କୋର୍ଟ ଦେଲେ ଏହି ନିର୍ଦ୍ଦେଶ

June 11, 2026

ଦୁର୍ଘଟଣାରେ ବାପ – ଝିଅ ମୃତ

June 11, 2026

ପ୍ରେମିକାକୁ ହତ୍ୟା କରି ପ୍ରେମିକ ଗିରଫ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.