ଯାଜପୁର ଜିଲ୍ଲାରେ 40 ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ 2 ଜଣ ଯୁବକ ଗିରଫ ହୋଇଛନ୍ତି । ବହୁ ଲୋକଙ୍କ ଠାରୁ ଏହି ଯୁବକ ଠକି ଥିବା ପୋଲିସ ତଦନ୍ତରୁ ଜଣାପଡ଼ିଛି । ଆଜି ଯାଜପୁର ପୋଲିସ 40 ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ 2 ଜଣ ଯୁବକଙ୍କୁ ଗିରଫ କରିଛି । ଗିରଫ ହୋଇଥିବା 2 ଜଣ ଯୁବକ ମାହାଙ୍ଗାର ପ୍ରିୟରଞ୍ଜନ ପଟ୍ଟନାୟକ ଓ ବଡ଼ଚଣାର ଅକ୍ଷୟ ସାମଲ । ଉଭୟଙ୍କ ଠାରୁ ଗୋଟିଏ ଦାମୀ କାର, ସୁନା ଗହଣା ଓ ମାରଣାସ୍ତ୍ର ଜବତ ହୋଇଛି । ବାଲେଶ୍ୱରର ଜଣେ ମହିଳାଙ୍କୁ 5 ଲକ୍ଷ ଟଙ୍କା ଠକିବା ନେଇ ପ୍ରଥମେ ଅଭିଯୋଗ ହୋଇଥିଲା ।