ସମୀକ୍ଷା ବ୍ୟୁରୋ
ରାଜ୍ୟସରକାର କୃଷି ଓ କୃଷକଙ୍କ ଉନ୍ନତି ନିମେନ୍ତ ଅନେକ ଯୋଜନା ଓ ପ୍ରୋତ୍ସାହନ ଯୋଗାଇ ଦେଉଥିବାବେଳେ ଏହା ଯେପରି ସିଧାସଳଖ ଚାଷୀମାନଙ୍କ ନିକଟରେ ପହଞ୍ଚିପାରିବ ସେଥିନିମେନ୍ତ ଅଧିକ ତତ୍ପରତା ଦେଖାଇବା ପାଇଁ ଚେଷ୍ଟା ଜାରି ରଖିଛନ୍ତି । ରାଜ୍ୟରେ ବିହନର ମୋଟ ଆବଶ୍ୟକତାକୁ ଆକଳନ କରି ଚାଷୀମାନଙ୍କର ବିହନର ଚାହିଦାକୁ ସମ୍ପୂର୍ଣ୍ଣ ରୂପେ ପୂରଣ ଦିଗରେ ଓଡ଼ିଶା ବିହନ ନିଗମ ଏକ ରୋଡ ମ୍ୟାପ୍ ପ୍ରସ୍ତୁତ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ , ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ୫ଟି ଆଧାରେ ଓଡ଼ିଶା ବିହନ ନିଗମକୁ ଅଧିକ କ୍ରିୟାଶୀଳ କରିବା ପାଇଁ ସାହୁ ଗୁରୁତ୍ବାରୋପ କରିଛନ୍ତି।
ଆଜି ପୂର୍ବାହ୍ନରେ ଭୁବେନଶ୍ବରସ୍ଥ ଓଡ଼ିଶା ବିହନ ନିଗର କାର୍ଯ୍ୟାଳୟକୁ ଅଚାନକ ଗସ୍ତ କରିଥିଲେ ମନ୍ତ୍ରୀ ଅରୁଣ ସାହୁ । ଏଠାରେ କର୍ମଚାରୀ ଓ ଅଧିକାରୀମାନଙ୍କ ସହିତ ଆଲୋଚନା କରି ୫ଟି ଆଧାରରେ କାର୍ଯ୍ୟ କରି ନିଜର କାର୍ଯ୍ୟଦକ୍ଷତା ବୃଦ୍ଧି ସହିତ କୃଷିର ବିକାଶରେ ଅଂଶୀଦାର ହେବା ପାଇଁ ପରାମର୍ଶ ଦେଇଛନ୍ତି । ଏଥିସହିତ କର୍ମଚାରୀମାେନ ସମୟାନୁବର୍ତ୍ତୀ ହୋଇ ଉପଯୁକ୍ତ ସମନ୍ବୟ ରକ୍ଷା କରି କାର୍ଯ୍ୟ କରିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।