ପାକିସ୍ତାନ ପକ୍ଷରୁ ମଙ୍ଗଳବାର ଦିନ ପୁନର୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି । ବୁଧବାର ଭାରତୀୟ ସେନା ପକ୍ଷରୁ ପ୍ରକାଶିତ ସୂଚନା ଅନୁଯାୟୀ ଏହି ଅସ୍ତ୍ରବିରତି ଉଲ୍ଲଂଘନରେ ଜଣେ ସାଧାରଣ ଲୋକଙ୍କ ପ୍ରାଣହାନି ଘଟିଛି । ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଜମ୍ମୁ କାଶ୍ମୀରର ମଚିଲି ନିୟନ୍ତ୍ରଣ ରେଖା ଅଞ୍ଚଳରେ ପାକିସ୍ତାନ ପକ୍ଷରୁ ଗୁଳି ବର୍ଷଣ କରାଯିବା ସହିତ ମୋର୍ଟାର ମାଡ କରାଯାଇଥିଲା । ଏହି ଆକ୍ରମଣରେ ଜଣେ ସାଧାରଣ ଲୋକଙ୍କ ପ୍ରାଣହାନି ଘଟିଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ସେନା ପକ୍ଷରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।