ସମୀକ୍ଷା ବ୍ୟୁରୋ
ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଥିବା ଶିଶୁ କଲ୍ୟାଣ ଅନୁଷ୍ଠାନଗୁଡ଼ିକର ଉନ୍ନତି ଓ ପିଲାମାନଙ୍କ କଲ୍ୟାଣ ନିମେନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଏହି ଆଧାରରେ ୩୦ଟି ଜିଲ୍ଲାର ଥିବା ଶିଶୁ କଲ୍ୟାଣ ପ୍ରତିଷ୍ଠାନଗୁଡ଼ିକରେ ରହୁଥିବା ଶିଶୁମାନଙ୍କ ମଙ୍ଗଳ ପାଇଁ ରେଡକ୍ରସ ସୋସାଇଟି ଜରିଆରେ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ। ୬ଟି ଜିଲ୍ଲାକୁ ଅତିରିକ୍ତ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ମିଳିବ ବୋଲି ଘୋଷଣା ହୋଇଛି। ସେହି ୬ଟି ଜିଲ୍ଲାଗୁଡ଼ିକ ହେଉଛି ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ବର, ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର ପ୍ରମୁଖ।