ପାକିସ୍ତାନର କରାଚୀ ଠାରୁ ରାଓଲପିଣ୍ଡୀ ଯାଉଥିବା ତେଜଗାମ ଏକ୍ସପ୍ରେସରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ଘଟଣା ଯୋଗୁଁ ଟ୍ରେନରେ ଥିବା ୧୬ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏହି ଘଟଣାରେ ଅନେକ ଯାତ୍ରୀ ଆହତ ହୋଇଥିବା ଜାତୀୟ ଗଣମାଧ୍ୟମର ରିପୋର୍ଟରୁ ଜଣାପଡ଼ିଛି । ସମସ୍ତ ଆହତମାନଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ମିଳିବା ପରେ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାମ ଜାରି ରଖିଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।